Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ପାଣିପାଗ

ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ

utkala khabar
Last updated: April 11, 2025 11:34 am
utkala khabar
Published April 11, 2025
Share
SHARE

ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ । ଗତକାଲି ରାତିରେ ରାଜଧାନୀ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ତୁହାକୁ ତୁହା ବର୍ଷା ହୋଇଥିଲା । ୩୦ରୁ ୪୦ କିମି ବେଗରେ ବହିଥିଲା ପବନ । ଏହା ଯୋଗୁଁ ସହରରେ ବିଦ୍ୟୁତ ସରବରାହ ପ୍ରଭାବିତ ହୋଇଥିଲା । କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ନେଇ ଆକଳନ କରାଯାଉଛି । ରାଜ୍ୟରେ କମିବ ଖରା । ଆହୁରି ୫ ଦିନ ବର୍ଷା ହେବ । ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଇଁ ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ଓ ଝଡ଼ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି । ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ।

You Might Also Like

ମେ ମାସରେ ଆସୁଛି ବାତ୍ୟା “ଶକ୍ତି”

ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୩୬ଘଣ୍ଟାରେ ଅବପାତରେ ପରିଣତ

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୧୦ରୁ ୧୭ ଯାଏଁ ରାଜ୍ୟରେ ବର୍ଷା

ଆସୁଛି ବଡ଼ ଲଘୁଚାପ ! କାଲିଠୁ ପ୍ରବଳ ବର୍ଷା

ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ଵସ୍ତି , ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

TAGGED:#rain#weather#weather news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?