Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡିବା ମନା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡିବା ମନା

utkala khabar
Last updated: April 9, 2025 10:39 am
utkala khabar
Published April 9, 2025
Share
SHARE

ଭୁବନେଶ୍ୱର : ଏଣିକି ଔଷଧ ଦୋକାନରେ ଦେଇ ହେବନି ଇଞ୍ଜେକ୍ସନ ।  ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏହି ମର୍ମରେ ସବୁ ସିଡିଏମ୍ଓଙ୍କୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ । ତେବେ କାହିଁକି ଏଭଳି ନିଷ୍ପତ୍ତି ନେଇଛି ସ୍ୱାସ୍ଥ୍ୟ ବିଭାଗ ?

ଚିଠିରେ କୁହାଯାଇଛି, ଅଣତାଲିମପ୍ରାପ୍ତ ଓ ନନ୍ ପ୍ରାକ୍ଟିସନରମାନେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ୁଥିବା ନେଇ ବିଭିନ୍ନ ଅଞ୍ଚଳରୁ ଅଭିଯୋଗ ଆସୁଛି । ଏହି କାରଣରୁ କିଛି ମାମଲାରେ ରୋଗୀଙ୍କଠାରେ ପାର୍ଶ୍ବ ପ୍ରତିକ୍ରିୟା ଦେଖିବାକୁ ମିଳିଥିବା ବେଳେ କିଛି ସ୍ଥାନରେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।  ଏଭଳି ସ୍ଥିତି ରୋକିବାକୁ ନିୟମିତ ସମୟ ବ୍ୟବଧାନରେ ଘରୋଇ ମେଡିସିନ୍ ଷ୍ଟୋରଗୁଡ଼ିକର ଲାଇସେନ୍ସ ଅପ୍-ଟୁ-ଡେଟ୍ ଅଛି କି ନାହିଁ, ତାହା ଯାଞ୍ଚ ପାଇଁ ସବୁ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ଏହା ସତ୍ତ୍ୱେ ଯଦି ଆଗକୁ ଏ ନେଇ କୌଣସି ଅଭିଯୋଗ ଆସେ, ତାହେଲେ ରାଜ୍ୟ ଭେଷଜ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଔଷଧ ଦୋକାନଗୁଡିକରେ ଯାଞ୍ଚ କରାଯିବା ସହ ଏହାର ରିପୋର୍ଟ ସ୍ୱାସ୍ଥ୍ୟ ବିଭାଗକୁ ପଠାଇବାକୁ କୁହାଯାଇଛି ।

You Might Also Like

ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଖରାଦିନେ ଖାଆନ୍ତୁନାହିଁ ଏହି ୫ଟି ଫଳ, ନଚେତ ହୋଇପାରେ ଅନେକ ସ୍ୱାସ୍ଥ୍ୟ ସମସ୍ୟା

ଓଡ଼ିଶାରେ ଖୁବଶୀଘ୍ର ବନ୍ଦ ହେବ ତୁର୍କୀ ସେଓ

ଶିଶୁ ବାଟିକା : ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’

୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ

TAGGED:#bhubaneswar#drugstore#injections#medicine store#odisha#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?