Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିର ସୁନା ଦର ୯୭,୦୦୦ ଟପିଛି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ବାଣିଜ୍ୟ

ଆଜିର ସୁନା ଦର ୯୭,୦୦୦ ଟପିଛି

utkala khabar
Last updated: April 21, 2025 11:35 am
utkala khabar
Published April 17, 2025
Share
SHARE

ଆମେରିକା-ଚୀନ ଶୁଳ୍କ ଯୁଦ୍ଧ ପ୍ରଭାବରେ ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର । ଆଜି ସୁନା ଦର ୯୭ ହଜାର ଟପିଛି । ଆଗକୁ ୧ଲକ୍ଷ ୩୦ ହଜାର ଛୁଇଁବା ଅନୁମାନ କରିଛି ବିଦେଶୀ ନିବେଶକ ବ୍ୟାଙ୍କ ଗୋଲଡମ୍ୟାନ୍ ସାଚସ । ଆମେରିକା-ଚୀନ ମଧ୍ୟରେ ବଢୁଥିବା ବାଣିଜ୍ୟ ଯୁଦ୍ଧ ଏବଂ ମାନ୍ଦାବସ୍ଥା ଆଶଙ୍କା ମଧ୍ୟରେ ଏ ବର୍ଷ ସୁନା ଦର ନୂଆ ରେକର୍ଡ କରିପାରେ ।

ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୨୦୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭ ହଜାର ୩୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୨୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୩୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୩୫୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୩୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୬, ୩୧୦ ଓ ୮୯ , ୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ

You Might Also Like

ଭାରତ-ପାକିସ୍ତାନ ବିବାଦ ପରେ ୯୦୦ ପଏଣ୍ଟ୍‌ ଖସିଲା ସେନ୍‌ସେକ୍ସ

ଆସିଲା ନୂଆ ପେଟ୍ରୋଲ ଦର; ଟାଙ୍କି ଭରିବା ପୂର୍ବରୁ ଜାଣନ୍ତୁ ରେଟ୍

ଆପଣ ଫେସବୁକ୍ ଓ ଇନଷ୍ଟାଗ୍ରାମ୍ ବ୍ୟବହାର କରୁଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଏକ ବଡ଼ ଖବର…

୧୦ ବର୍ଷର ପିଲା ଅପରେଟ୍ କରିପାରିବେ ନିଜର ବ୍ୟାଙ୍କ ଆକାଉଣ୍ଟ

ସମ୍ପୂର୍ଣ୍ଣ ଦେଶରେ ନୂଆ ଟୋଲ୍ ପଲିସି ଲାଗୁ ହେବାକୁ ଯାଉଛି

TAGGED:BusinessBusiness newsGold rate update 2025High rate gold
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?