Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

utkala khabar
Last updated: May 1, 2025 12:21 pm
utkala khabar
Published May 1, 2025
Share
SHARE

ରାଜନଗର ୦୧/୪ :  ଆଜିଠୁ ଭିତରକନିକା ବନ୍ଦ । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିବ ଭିତରକନିକା ।

ଏହି ୩ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା  ଦ୍ଵାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ । କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି ।  ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର । ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ ।

ଅନ୍ୟପଟେ ଭିତରକନିକା ସଂଲଗ୍ନ ନଦୀକୂଳିଆ ଗ୍ରାମବାସୀ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । ତେବେ ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।

You Might Also Like

ଭାରତରେ ୮ ହଜାର X ଆକାଉଣ୍ଟ ବ୍ଳକ୍ ହେଲା

ସୁଭଦ୍ରା ସର୍ଭେରେ କଲେଜ ଛାତ୍ରୀମାନେ ସାମିଲ ହେବେ

ବାଥରୁମରେ କାହିଁକି ବିନ୍ଦୀ ବାହାର କରିବା ଉଚିତ ନୁହେଁ ଜାଣନ୍ତୁ

ଆଜି ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଚାରଧାମ ଯାତ୍ରା ପାଇଁ ଅଫଲାଇନ ରେଜିଷ୍ଟ୍ରେସନ ଆଜିଠାରୁ ଆରମ୍ଭ ହେଲା

TAGGED:#UTKALA KHABARBhitarkanikaRajnagar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?