Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପୁଣି କମିଲା ସୁନା ଦର, ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପୁଣି କମିଲା ସୁନା ଦର, ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ଜାଣନ୍ତୁ

utkala khabar
Last updated: May 20, 2025 3:49 pm
utkala khabar
Published May 20, 2025
Share
SHARE

ଗ୍ରାହକଙ୍କୁ ଆଶ୍ବସ୍ତି , ପୁଣି କମିଲା ସୁନା ଦର । ଉଭୟ ୨୨ ଓ ୨୪ କ୍ୟାରେଟ୍ ବିଶିଷ୍ଟ ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୧୧୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫, ୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫, ୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭, ୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୨୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭, ୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୦୨୦ ଓ ୮୭, ୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୭,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ 

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

 

You Might Also Like

ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ, ପାସ୍ ହାର ୮୨.୭୭%

୪ ଦିନିଆ ରିମାଣ୍ଡରେ ଜ୍ୟୋତି ମାଲହୋତ୍ରା, ମାରାଥନ ଜେରା କରୁଛି ତଦନ୍ତକାରୀ ଟିମ

ଆତ୍ମବିଶ୍ୱାସ ସହ ଜ୍ଞାନର ଅଦ୍ଭୁତ ସଂଯୋଗ ଥିଲେ ଡ. ମହତାବ

ହୁ ହୁ ହୋଇ ଜଳିଗଲା ବ୍ୟାଟେରୀ ସ୍କୁଟି

କାଳବୈଶାଖୀ ପ୍ରଭାବ, ୧୭ ଯାଏଁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ଆଲର୍ଟ

TAGGED:#bhubaneswar#gold#odisha#stateBusiness newsGold ratePrice Decreased
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?