Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୧୪ ଯାଏଁ କଲବଲ କରିବ ଖରା, ନାକେଦମ କରିବ ଗୁଳୁଗୁଳି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

୧୪ ଯାଏଁ କଲବଲ କରିବ ଖରା, ନାକେଦମ କରିବ ଗୁଳୁଗୁଳି

utkala khabar
Last updated: May 10, 2025 11:21 am
utkala khabar
Published May 10, 2025
Share
SHARE

ରାଜ୍ୟ ୧୦/ ୫ : ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ଅନୁଭୂତ ହେବ । ଗୁଳୁଗୁଳି ବି ଅଣନିଃଶ୍ୱାସୀ କରିବ । ୧୪ ତାରିଖ ଯାଏ ପ୍ରଚଣ୍ଡ ତାତିରୁ ନିସ୍ତାର ମିଳିବନି। ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ୧୧, ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ବହିପାରେ। ୧୪ ତାରିଖ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମଲହରି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମଲହରୀ କଲବଲ କରିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଅସମ୍ଭାଳ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

You Might Also Like

ଆହୁରି ୩ ଦିନ ବର୍ଷିବ

ଭାରତୀୟ ସେନାର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଆତଙ୍କୀଙ୍କ ଘରକୁ IED ବ୍ଲାଷ୍ଟ କରି ଉଡ଼ାଇଲା ସେନା

ଶୁଭମନ-ସାରା କାହା ପାଇଁ ଅଲଗା ହେଲେ

କେଉଁ ରାଶି ବ୍ୟକ୍ତିଙ୍କ ପାଇଁ କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ରହିବ ଜାଣନ୍ତୁ

ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ମେଡିକାଲ ପଯ୍ୟନ୍ତ ଗଡ଼ିବ ମେଟ୍ରୋ ଟ୍ରେନ୍‌

TAGGED:#UTKALA KHABAR#weatherHeat waveSummer season
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?