Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

utkala khabar
Last updated: May 26, 2025 11:07 am
utkala khabar
Published May 26, 2025
Share
SHARE

ଭୁବନେଶ୍ୱର ୨୬।୦୫ : ବର୍ଷାରେ ଭିଜିବ ପୁରା ଓଡ଼ିଶା । ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷା ମୌସୁମୀ ଅଗ୍ରସର ହେବାକୁ ବାଟ ଫିଟାଇବ। ସଅଳ ମୌସୁମୀ ଆସିବାକୁ ବି ସହାୟକ ହେବ। ଏବେ ମୌସୁମୀ ପ୍ରଭାବରେ ବର୍ଷା ତୁହାକୁ ତୁହା ଜାରି ରହିଛି। ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ବାତ୍ୟା ସୃଷ୍ଚି ହେବା ନେଇ କୌଣସି ସୂଚନା ନଥିବା କହିଛି ପାଣିପାଗ ବିଭାଗ ।

ସୋମବାର ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ବି ଅଛି।

ମଙ୍ଗଳବାର (୨୭ ତାରିଖ) ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ସ୍ଥାନକୁ ଛାଡ଼ି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।

You Might Also Like

କେଉଁ ରାଶି ବ୍ୟକ୍ତିଙ୍କ ପାଇଁ କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ରହିବ ଜାଣନ୍ତୁ

ହାର୍ଟ ଜନିତ ସମସ୍ୟା ପାଇଁ ପାଣି କଖାରୁ ଜୁସ୍ ପିଅନ୍ତୁ

ପରଲୋକରେ ପୂର୍ବତନ ବିଧାୟକ

ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି ଗଭୀର ଅବପାତ

ଗଞ୍ଜାମ ଗୋଳନ୍ଥରା କୃଷି ବିଜ୍ଞାନ କେନ୍ଦ୍ରରେ ଯୋଗଦେଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି

TAGGED:#odisha#UTKALA KHABARHeavy rainfallRain allertState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?