Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କିଟରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟରେ ଖେଳିଯାଇଛି ଚାଞ୍ଚଲ୍ୟ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

କିଟରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟରେ ଖେଳିଯାଇଛି ଚାଞ୍ଚଲ୍ୟ

utkala khabar
Last updated: May 2, 2025 11:48 am
utkala khabar
Published May 2, 2025
Share
SHARE

ଭୁବନେଶ୍ୱର ୦୨/୫ : କିଟ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟରେ ଖେଳିଯାଇଛି ଚାଞ୍ଚଲ୍ୟ। ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିବା ସହ ଘଟଣାର ସତ୍ୟାସତ୍ୟ ଯାଞ୍ଚ୍ କରିବା ପାଇଁ କହିଛନ୍ତି।ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। କାହିଁକି ଛାତ୍ରୀ ଜଣଙ୍କର ମୃତ୍ୟୁ ଘଟିଲା, ତାର ସତ୍ୟାସତ୍ୟ ଯାଞ୍ଚ କରାଯାଉ।’ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ। ଭାରତ ସରକାର, ଓଡ଼ିଶା ସରକାରଙ୍କ ସହ ଆଲୋଚନା ଚାଲିଛି ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀ ପ୍ରୀଶା ଶାହାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ । ଅନ୍ୟପକ୍ଷରେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ଏହି ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ । ଆଜି ମୃତ ଛାତ୍ରୀ ପ୍ରୀସାଙ୍କ ପରିବାର ଲୋକ ଭୁବନେଶ୍ୱରରେ ପହଞ୍ଚିବା ପରେ ଏମ୍ସରେ ମୃତଦେହର ବ୍ୟବଚ୍ଛେଦ ହେବ ।ପ୍ରାୟ ଅଢ଼େଇ ମାସ ତଳେ କିଟ୍ କ୍ୟାମ୍ପସରେ ହୋଇଥିଲା ଛାତ୍ରୀ ମୃତ୍ୟୁ । ଫେବ୍ରୁଆରୀ ୧୬ରେ ଆତ୍ମହତ୍ୟା କରିଥିଲେ ନେପାଳୀ ଛାତ୍ରୀ ‘ପ୍ରକୃତି’ । ପ୍ରାୟ ଅଢ଼େଇ ମାସ ପରେ ଏବେ ପୁଣି ଜଣେ ଛାତ୍ରୀ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି ।

 

You Might Also Like

ଘରେ ଅଗରବତୀ ଲଗାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ

ପିଆଜ ଚୋପାର ଚମତ୍କାରୀ ଗୁଣ ବିଷୟରେ ଆପଣ ଜାଣିଛନ୍ତି କି ?

ବିବାହ କରିବାକୁ ଯାଉଛନ୍ତି କି ? ତେବେ ନିଜକୁ ପଚାରନ୍ତୁ ଏହି ୭ଟି ପ୍ରଶ୍ନ

ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ

ଆଜି ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

TAGGED:#bhubaneswar#odisha#UTKALA KHABARKIIT University
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?