Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

utkala khabar
Last updated: April 2, 2025 11:08 am
utkala khabar
Published April 2, 2025
Share
SHARE

ପୁରୀ ୦୨/୦୪  ଆଜି ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ । ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

You Might Also Like

କୋଇଲା ବୋଝେଇ ଟ୍ରେନରେ ନିଆଁ, ଧାମରାରୁ ଯାଉଥିଲା ହାୱଡ଼ା

ଆହୁରି ୩ ଦିନ ଗୁଳୁଗୁଳି, ତାପମାତ୍ରା ୪୦ ଡିଗ୍ରୀ ଉପରେ

ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଆଜି ଗର୍ବ ଓ ଗୌରବର ଦିନ

ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ, ସୁସ୍ଥ ଏବଂ ଫିଟ୍ ରହିବା ପାଇଁ ଆପଣାନ୍ତୁ ଏହି ଛୋଟ ଛୋଟ ଟିପ୍ସ

TAGGED:#banakalagi niti#banakalagi rituals#odisha#puri#puri sri mandir#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?