Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ମେଡିକାଲ ପଯ୍ୟନ୍ତ ଗଡ଼ିବ ମେଟ୍ରୋ ଟ୍ରେନ୍‌
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ମେଡିକାଲ ପଯ୍ୟନ୍ତ ଗଡ଼ିବ ମେଟ୍ରୋ ଟ୍ରେନ୍‌

utkala khabar
Last updated: May 2, 2025 2:22 pm
utkala khabar
Published May 2, 2025
Share
SHARE

ରାଜ୍ୟ ୦୨/୫ : ରାଜ୍ୟ ସରକାର ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ମେଟ୍ରୋ ଟ୍ରେନ୍‌ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ ଓ କଟକ ବଡ଼ମେଡିକାଲ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ। ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।ମେଟ୍ରୋ ପାଇଁ ଏକ କମିଟି ଗଠନ କରାଯାଇଛି। ଦେଶର ବିଭିନ୍ନ ମହାନଗରରେ ଚାଲୁଥିବା ମେଟ୍ରୋର ଅନୁଧ୍ୟାନ କରୁଛି କମିଟି ଏହି କମିଟି। ନୂଆ ଡିପିଆର ପ୍ରସ୍ତୁତ କରାଯାଉଛି। କେବଳ ରାଜ୍ୟ ପାଣ୍ଠିରୁ ନୁହେଁ, କେନ୍ଦ୍ର ସରକାରଙ୍କ ସହଯୋଗରେ ମେଟ୍ରୋ ପ୍ରକଳ୍ପ ତିଆରି ହେବ।

ପୂର୍ବରୁ ଭୁବନେଶ୍ବର ମେଟ୍ରୋ ରେଳ କର୍ତ୍ତୃପକ୍ଷ କହିଛନ୍ତି ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ବିିଭିନ୍ନ ସ୍ଥାନରେ ମାଟି ପରୀକ୍ଷା ହୋଇଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା କରାଯାଇଛି। ଭୁବନେଶ୍ବରରେ ଭୂପୃଷ୍ଠରୁ ୧୩ ଫୁଟ୍‌ ଉଚ୍ଚରେ ମେଟ୍ରୋ ରେଳ ଗଡ଼ିବ। ରାଜମହଲ, ଜୟଦେବ ବିହାର ଓ ବାରଙ୍ଗରେ ଏହାର ଉଚ୍ଚତା ଆବଶ୍ୟକତା ଅନୁଯାଇ ହେବ।

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ଏସ୍‌ସିବି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଯାତ୍ରୀଙ୍କ ପାଇଁ ଷ୍ଟେସନ ରହିବ। ଉଭୟ ଆରମ୍ଭ ଓ ଶେଷ ଷ୍ଟେସନ ମଝିରେ କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀ ନଗର, ଭୁବନେଶ୍ୱର ରେଳଷ୍ଟେସନ, ରାମମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟବିହାର ଛକ, ଜୟଦେବବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଂଟର, ଡମଣା ଛକ, ପଟିଆ ଛକ, କିଟ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଫୁଲପୋଖରୀ, ତ୍ରିଶୁଳିଆ, କଟକ ବସ୍‌ଷ୍ଟାଣ୍ଡ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ମେଟ୍ରୋ ଟ୍ରେନ୍‌ ଚଳାଚଳ କରିବ।

You Might Also Like

ଆଜି ଓଡ଼ିଶା ପୋଲିସର ୯୦ ତମ ପ୍ରତିଷ୍ଠା ଦିବସ, ଏହି ଅବସରରେ ଟ୍ଵିନସିଟିରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ

ପାକିସ୍ତାନ ଉପରେ ଭାରତର ଆଉ ଗୋଟିଏ ଆକ୍ସନ, ଆମଦାନୀ ଓ ରପ୍ତାନୀ ସଂପୂର୍ଣ୍ଣ ଭାବେ ବନ୍ଦ

ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ : ସମସ୍ତ ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ଏପ୍ରିଲ ୧୮ ତାରିଖ ଶୁକ୍ରବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ ଜାଣନ୍ତୁ

TAGGED:#bhubaneswar#cuttack#UTKALA KHABARBijupattnaik AirportSCB Hospital
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?