ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୮୨,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୦,୩୮୦ ଟଙ୍କା ରହିଛି । ଗତକାଲି ଅର୍ଥାତ ରବିବାର ଅପେକ୍ଷା ସୋମବାର ଦର କମିଛି । ଲଗାତାର ତୃତୀୟ ଦିନରେ ହ୍ରାସ ପାଇଛି ସୁନା ଓ ରୂପା ଦର ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ହ୍ରାସ ପାଇଛି । ସୋମବାର ଭୁବନେଶ୍ୱର ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୮୨,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୦,୩୮୦ ଟଙ୍କା ରହିଛି ।ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର କମିଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୨ କ୍ୟାରେଟ୍ ୮୨,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୦,୩୮୦ ଟଙ୍କା ରହିଛି । ଗତକାଲି ଅପେକ୍ଷା ଆଜି ଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି ।