Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ’ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମେ’ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ

utkala khabar
Last updated: April 29, 2025 11:13 am
utkala khabar
Published April 29, 2025
Share
SHARE

ଓଡ଼ିଶା ୨୯/୪ : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୫ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ । ଆସନ୍ତା ମେ ୨ ତାରିଖରୁ ହେବ ଓଜେଇଇ ପରୀକ୍ଷା । ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ । ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ କରାଯିବ।  ଛାତ୍ରଛାତ୍ରୀ ୱେବ୍‌ସାଇଟ୍‌ରୁ ନିଜର ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଥମ ସିଫ୍ଟ ପରୀକ୍ଷା ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା । ଦ୍ୱିତୀୟ ସିଫ୍ଟ ମଧ୍ୟାହ୍ନ ସାଢ଼େ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ଓ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସନ୍ଧ୍ୟା ସାଢ଼େ ୬ଟା ଯାଏ ହେବ। ମେ ୨ ତାରିଖରେ ୩ଟି ଯାକ ସିଫ୍ଟରେ ବି ଫାର୍ମା ପରୀକ୍ଷା ହେବ ।  ୩ ତାରିଖରେ ପ୍ରଥମ ସିଫ୍ଟରେ ବି ଫାର୍ମା/ଏଲ୍‌ଇ ଫାର୍ମା , ଦ୍ୱିତୀୟ ଓ ତୃତୀୟ ସିଫ୍ଟରେ ଏମ୍‌ବିଏ ପରୀକ୍ଷା ରହିଛି ।

ସେହିପରି ୫ ତାରିଖରେ ପ୍ରଥମ ସିଫ୍ଟରେ ଏଲ୍‌ ଟେକ୍‌ (ଡିପ୍ଲୋମା), ଦ୍ୱିତୀୟ ସିଫ୍ଟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ (ଏକ ଘଣ୍ଟା ପରୀକ୍ଷା), ତୃତୀୟ ସିଫ୍ଟରେ ବି କ୍ୟାଟ୍‌ (ସିନେମାଟୋଗ୍ରାଫି/ସାଉଣ୍ଡ ରେକର୍ଡିଂ ଆଣ୍ଡ ଡିଜାଇନ୍‌), ଏଲ୍‌ଟେକ୍‌ ବିଏସ୍‌ସି, ୬ ତାରିଖରେ ପ୍ରଥମ ଓ ଦ୍ୱିତୀୟ ସିଫ୍ଟରେ ଏମ୍‌ସିଏ ପରୀକ୍ଷା, ତୃତୀୟ ସିଫ୍ଟରେ ବି କ୍ୟାଟ୍‌ (ଫିଲ୍ମ ଏଡିଟିଂ), ଏମ୍‌ ଆର୍କ, ଏମ୍‌ ପ୍ଲାନ୍‌ ଓ ଏମ୍‌ଟେକ୍‌ ପରୀକ୍ଷା ରହିଛି ।

୧୦ ତାରିଖରେ ତିନୋଟି ଯାକ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ ପରୀକ୍ଷା ଥିବାବେଳେ ୧୧ ତାରିଖ ପ୍ରଥମ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ/ପୋଷ୍ଟ ବେସିକ୍‌ ଡିପ୍ଲୋମା ନର୍ସିଂ, ଦ୍ୱିତୀୟ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ/ଏମ୍‌ଏସ୍‌ସି ନର୍ସିଂ, ତୃତୀୟ ସିଫ୍ଟରେ ପୋଷ୍ଟ ବେସିକ୍‌ ବିଏସ୍‌ସି ନର୍ସିଂ ପରୀକ୍ଷା ରହିଛି । ୧୨ ତାରିଖରେ ଏଲ୍‌ଇ ଟେକ୍‌ (ଡିପ୍ଲୋମା) ପରୀକ୍ଷା ତିନୋଟି ଯାକ ସିଫ୍ଟରେ ରହିଛି ।

You Might Also Like

ଧର୍ମ ପରିବର୍ତ୍ତନ କରିବା ପଡିଲା ମହଙ୍ଗା, ମୃତଦେହ ପୋତିବାକୁ ଦେଲେନି ଲୋକେ

ଭାରତରେ ରିଲିଜ୍ ହେବନି ପାକ୍‌ ଅଭିନେତା ଫୱାଦଙ୍କ ଫିଲ୍ମ ‘ଅବୀର ଗୁଲାଲ୍’, ରୋକ୍ ଲଗାଇଲେ କେନ୍ଦ୍ର ସରକାର

୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ପୁରୀରେ ଜମୁଛି ସାହିଯାତ

ବିରାଟ-ଜାହିର-ଯୁବରାଜଙ୍କ ପୁରୁଣା ଫଟୋ ଭାଇରାଲ ହେଲା

TAGGED:#odisha#UTKALA KHABARExam date announcedOJEE2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?