Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଲେ ପ୍ରଶାନ୍ତ ଶତପଥୀ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଲେ ପ୍ରଶାନ୍ତ ଶତପଥୀ

utkala khabar
Last updated: April 24, 2025 2:52 pm
utkala khabar
Published April 23, 2025
Share
SHARE

ଭୁବନେଶ୍ୱର ୨୩/୪ :  ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ । ଅପରାହ୍ନରେ ଶ୍ରୀନଗରରୁ ୨ଟା ୩୫ମିନିଟରେ ଓଡ଼ିଶା ଅଭିମୁଖେ ବାହାରିବ ମୃତଦେହ । ଦିଲ୍ଲୀ ଦେଇ ୯ ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବ ପ୍ରଶାନ୍ତଙ୍କ ମରଶରୀର ।  ଏହା ପରେ ଭୁବନେଶ୍ୱରରୁ ପୁଣି ବାଲେଶ୍ୱର ସ୍ଥିତ ତାଙ୍କ ବାସଭବନକୁ ନିଆଯିବ ପ୍ରଶାନ୍ତଙ୍କ ମୃତଦେହ । ପ୍ରଶାନ୍ତଙ୍କ ମୃତୁ୍ୟକୁ ନେଇ ରେମୁଣା ସାରଗାାଁରେ ଶୋକାକୂଳ ପରିବେଶ ଖେଳିଯାଇଛି ।

ରେମୁଣା ବିଧାୟକ ପ୍ରଶାନ୍ତଙ୍କ ଘରେ ପହଞ୍ଚିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ସହଯୋଗ କରୁଥିବାବେଳେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗାଯୋଗରେ ଥିବା କହିଛନ୍ତି । ସେହିପରି ଆତଙ୍କୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ”ପାହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ମୁଁ ଦୃଢ ନିନ୍ଦା କରୁଛି । ଆମ ସମାଜରେ ହିଂସାର ସ୍ଥାନ ନାହିଁ ।  ମୃତକଙ୍କ ପରିବାରକୁ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏପରି କଠିନ ସମୟରେ ଓଡ଼ିଶା ପୀଡିତ ଓ ସେମାନଙ୍କ ପରିବାର ସହ ଛିଡା ହୋଇଛି ।”

ସୂଚନା ଅନୁସାରେ ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ପର୍ଯ୍ୟଟକ । ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ପ୍ରଶାନ୍ତ ଶତପଥୀ ଆତଙ୍କବାଦୀଙ୍କ ଦ୍ବାରା କରାଯାଇଥିବା ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି । ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ । ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ଯ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ । ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୋଲିସ ସ୍ପଷ୍ଟ କରିଛି । ଆତଙ୍କୀଙ୍କ ଗୁଳିରେ ପ୍ରଶାନ୍ତଙ୍କ ମୃତ୍ୟୁ ପରେ ସାରଗାଁ ଗ୍ରାମପଞ୍ଚାୟତରେ ଶୋକର ଛାୟା ଖେଳିଯାଇଛି ।

You Might Also Like

ଆତଙ୍କୀ ହମଲାରେ ବାଲେଶ୍ଵରର ପ୍ରଶାନ୍ତ ଶତପଥୀଙ୍କ ମୃତ୍ୟୁ

ବାଲେଶ୍ଵର ପୋଲିସର ଚେକିଂ ଜୋରଦାର, ୧୦ଟି ସ୍ଥାନରେ ଜୋରଦାର ଚାଲିଛି ଯାଞ୍ଚ

ସରିଲା ନିଟ୍‌ ୟୁଜି, ଜୁନ୍‌ ୧୪ରେ ଫଳ

ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ଵସ୍ତି , ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ୧୨୮ ବର୍ଷ ପରେ ଅଲମ୍ପିକ୍ସକୁ ଫେରିଲା କ୍ରିକେଟ

TAGGED:#UTKALA KHABARjammu kashmirKashmir Terror AttackOdisha Tourist KilledPahalgamPrasant SatpathyReach Bhubaneswar Today
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?