Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ହେଉଛି ପବିତ୍ର ଶ୍ରବଣା ମକର ନକ୍ଷତ୍ର
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ହେଉଛି ପବିତ୍ର ଶ୍ରବଣା ମକର ନକ୍ଷତ୍ର

utkala khabar
Last updated: April 22, 2025 11:10 am
utkala khabar
Published April 22, 2025
Share
SHARE

ପୁରୀ ୨୨/୪ : ଆଜି ପବିତ୍ର ଶ୍ରବଣା ମକର ନକ୍ଷତ୍ର। ଏହି ଅବସରରେ ରାତିରେ ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ରାମାଭିଷେକ ନୀତି। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଆଜ୍ଞାମାଳ ପାଇ ଶ୍ରୀରାମ, ଶ୍ରୀଲକ୍ଷ୍ମଣ ଓ ଦେବୀ ସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ।

ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ। ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ। ଯେହେତୁ ଶ୍ରୀରାମ ମହାପ୍ରଭୁ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇ ଆସୁଛି। ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ।

 

You Might Also Like

ଓଲଟିଲା ଯାତ୍ରୀବାହୀ ବସ୍‌, ଜଣେ ମୃତ ୫ ଗୁରୁତର

ବିଶ୍ୱ ମୁଖ ସ୍ୱାସ୍ଥ୍ୟ ମାସ ପରିପ୍ରେକ୍ଷୀରେ ସୋଆ ଆଇଡିଏସ୍ ପକ୍ଷରୁ ୱାକାଥନ୍ ଆୟୋଜିତ

ରାଜ୍ୟରେ ଆହୁରି ବଢିବ ତାତି, ୨ରୁ ୪ ଡିଗ୍ରୀ ବଢିପାରେ ପାରଦ

ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନର ବସିବ ବୈଠକ

୨୪ରୁ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର, ପୁରୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

TAGGED:#odisha#puri#UTKALA KHABARRamabhiseka nitiShree mandira
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?