Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଶିଶୁ ବାଟିକା : ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଶିଶୁ ବାଟିକା : ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’

utkala khabar
Last updated: April 29, 2025 3:24 pm
utkala khabar
Published April 29, 2025
Share
SHARE

ରାଜ୍ୟ ୨୯/୪ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା ବିଭିନ୍ନ ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ ଏହି ପେଡି ଭିତରେ ଥିବା ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରି କହିଥିଲେ, ଛୋଟ ଛୋଟ ପିଲାମାନେ ନିଜ ପାରିପାର୍ଶ୍ଵିକ ଅଂଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗୀତା ବିଷୟରେ ଏହି ଯାଦୁପେଡିରେ ଥିବା ଖେଳନାରୁ ଶିଖି ପାରିବେ। ଶିଶୁ ମାନଙ୍କୁ ଏହି ଯାଦୁପେଡ଼ିର ଖେଳନା ଗୁଡିକ ଶିଖିବା ସହିତ ପାଠ ପ୍ରତି ମଧ୍ୟ ଆକର୍ଷିତ କରିବ।

ସୂଚନାଯୋଗ୍ୟ ଯେ, ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ NCERT ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ଆବଣ୍ଟିତ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ।

You Might Also Like

କ’ଣ ସତରେ ମାଟିରେ ପୋତା ହୋଇଥିବା ଧନକୁ ସୁରକ୍ଷା ଦିଅନ୍ତି ସାପ! ଜାଣନ୍ତୁ ଏହାର ସତ୍ୟତାର କାହାଣୀ

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ସୁସ୍ଥ ରହିବା ପାଇଁ ଚାହୁଁଥିଲେ, ଖାଦ୍ୟରେ ସାମିଲ୍ କରନ୍ତୁ ଖଜୁରୀ

କଳାଜାଇ କହିବ ଆପଣଙ୍କ ବ୍ୟକ୍ତିତ୍ଵ

ଶୁଭମନ-ସାରା କାହା ପାଇଁ ଅଲଗା ହେଲେ

TAGGED:#mohan charan majhi#odisha#odisha cm#UTKALA KHABAR
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?