ଟିଟଲାଗଡ ୦୯ /୦୪: ଗୋଳାବାରୁଦ କାରଖାନାରେ ବିସ୍ଫୋରଣ । ଟିଟଲାଗଡ ଜିଲ୍ଲା ସଇଁତଳା ବଡମାଳ ୟୁନିଟ୍ ୬ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାସାୟନିକ ମିଶ୍ରଣ ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତର କରାଯାଇଛି । ସେପଟେ ନିଆଁକୁ ଆୟତ କରିବାକୁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି ।