Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

utkala khabar
Last updated: April 24, 2025 11:08 am
utkala khabar
Published April 24, 2025
Share
SHARE

ରାଜ୍ୟ ୨୪/୪ : ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ । ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ । ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ । ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ ।

ଆଜିର ବଣ୍ଟନରେ ପ୍ରାୟ ୨ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା ମହିଳାମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ସହ ସେମାନଙ୍କୁ ଛୋଟ ବ୍ୟବସାୟ କିମ୍ବା ଆତ୍ମନିର୍ଭରଶୀଳ କାର୍ଯ୍ୟକଳାପ ଆରମ୍ଭ କରିବାରେ ସହାୟକ ହେବ। ଏହି ପର୍ଯ୍ୟାୟରେ ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଛନ୍ତି ଏବଂ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନେ ଏହି ସହାୟତା ପାଇବେ। ପ୍ରତ୍ୟେକ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ (ATM-cum-debit card) ମଧ୍ୟ ପ୍ରଦାନ କରାଯାଉଛି, ଯାହା ସେମାନଙ୍କ ଆର୍ଥିକ କାରବାରକୁ ସହଜ କରିବ।ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

You Might Also Like

୧୯ ଯାଏଁ ରହିବ କାଳବୈଶାଖୀର ପ୍ରଭାବ, ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ଐତିହାସିକ ରେକର୍ଡ ; ଲକ୍ଷେ ଛୁଇଁଲା ସୁନା

ଆତ୍ମବିଶ୍ୱାସ ସହ ଜ୍ଞାନର ଅଦ୍ଭୁତ ସଂଯୋଗ ଥିଲେ ଡ. ମହତାବ

TAGGED:#odishaSubhadra Yojanasubhadra yojana money
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?