Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ଵସ୍ତି , ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ଵସ୍ତି , ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

utkala khabar
Last updated: April 9, 2025 3:14 pm
utkala khabar
Published April 9, 2025
Share
SHARE

ରାଜ୍ୟ ୦୯ /୦୪ : ରାଜ୍ୟରେ ବଦଳିଲା ପାଗ, ତାତିରୁ ଆଶ୍ବସ୍ତି ଆଣିଲା କାଳବୈଶାଖୀ । ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୧ ତାରିଖରେ ବର୍ଷା ସମ୍ଭାବନା ରହଛି । ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେପଟେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହୋଇଛି । ଏଥିପାଇଁ ଆଜି ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।  ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ।

ଏପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ୪୦ ଡିଗ୍ରୀ ପାଖାପାଖି ରହୁଛି ପ୍ରାୟ ସହରର ତାପମାତ୍ରା ।  ବୌଦ୍ଧ ଜିଲ୍ଲାରେ ଲଗାତାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହେଉଛି । ବିଶେଷକରି କଣ୍ଟାମାଳ ଅଞ୍ଚଳରେ ଅଧିକ ଖରା ହେଉଛି ।ସେହପରି ଚଳିତ ବର୍ଷ ଏପ୍ରିଲରୁ ଜୁନ୍‌ ମଧ୍ୟରେ ଦେଶରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ସ୍ୱାଭାବିକଠାରୁ ଅଧିକ ରହିବ ଦେଶର ଅନେକ ଅଞ୍ଚଳରେ ତାପମାତ୍ରା । ଚଳିତ ଗ୍ରୀଷ୍ମ ଋତୁ ପାଇଁ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD) । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗ୍ରୀଷ୍ମର ଅତ୍ୟଧିକ ପ୍ରଭାବ କେନ୍ଦ୍ରୀୟ, ପୂର୍ବ ଏବଂ ଉତ୍ତର ପଶ୍ଚିମ ଭାଗରେ ରହିବ । ଦେଶର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ବହୁ ଅଧିକ ରହିବ।

ଆଇଏମଡି ଡିଜି ଆହୁରି କହିଛନ୍ତି, ଏପ୍ରିଲରୁ ଜୁନ୍ ମଧ୍ୟରେ ସାଧାରଣତଃ ୪ରୁ ୭ ଦିନ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥାଏ। ତେବେ ଏଥର କିନ୍ତୁ ତାଠୁ ଅଧିକ ୨ କିମ୍ବା ୪ ଦିନ ରହିବ ଗ୍ରୀଷ୍ମ ପ୍ରବାହ । ବିଶେଷକରି ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବ।

ସେହିଭଳି କର୍ଣ୍ଣାଟକ ଓ ତାମିଲନାଡ଼ୁର ଉତ୍ତର ଭାଗରେ ମଧ୍ୟ ଅଧିକ ଗରମ ଅନୁଭୂତ ହେବ । ଏଥର ମୌସୁମୀରେ ଏଲ୍ ନିନୋ ସମ୍ଭାବନା ନାହିଁ ବୋଲି ଆଇଏମଡି ଡିଜି ସ୍ପଷ୍ଟ କରିଛନ୍ତି ।

You Might Also Like

ଓଲଟିଲା ଯାତ୍ରୀବାହୀ ବସ୍‌, ଜଣେ ମୃତ ୫ ଗୁରୁତର

ରାଜ୍ୟରେ ୪ ଯାଏଁ କାଳବୈଶାଖୀ ବର୍ଷା ! ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପୁରୀରେ ଜମୁଛି ସାହିଯାତ

୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି

TAGGED:#kalbaisakhi#odisha#rain#weather#yellow warning
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?